ସୁବର୍ଣ୍ଣପୁରରେ ୨୦ ତାରିଖ ଯାଏ ସ୍କୁଲ ଛୁଟି, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

0

ସୁବର୍ଣ୍ଣପୁରରେ ୨୦ ତାରିଖ ଯାଏ ସ୍କୁଲ ଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଉ ୩ ଦିନ ବଢ଼ିଲା ସ୍କୁଲ ଛୁଟି । ଜିଲ୍ଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାର ସବୁ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ୨୦ ତାରିଖ ଯାଏ ବନ୍ଦ ରହିବ । ତେବେ ଆସନ୍ତା ୧୮ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଥିଲେ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ବଢ଼ିବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇ ମନ୍ତ୍ରୀ ସ୍ପଷ୍ଟ କରିଥିଲେ ଯେ, ନିର୍ଦ୍ଧାରିତ ସମୟସୀମା ଅନୁଯାୟୀ ଜୁନ୍ ୧୮ ତାରିଖରେ ହିଁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜ୍ୟ ସରକାର ମେ’ ୧୨ରୁ ଜୁନ୍ ୧୮ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ ।

Leave A Reply

Your email address will not be published.