ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା, ୪ ଲକ୍ଷ ସହାୟତା ଘୋଷଣା

0

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା । ମୃତକମାନେ ହେଉଛନ୍ତି କେନ୍ଦୁଝର ଜିଲ୍ଲାର । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ । ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଅସୁସ୍ଥ ଓଡ଼ିଆ ଶ୍ରମିକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡ଼ିଶା ସରକାରଙ୍କ ତିନି ଜଣ ବରିଷ୍ଠ ଅଧିକାରୀ ତାମିଲନାଡୁର ତିରୁଭଲ୍ଲୁରେ ପହଞ୍ଚି ତାମିଲନାଡୁ ଅଧିକାରୀମାନଙ୍କ ସହ ସମନ୍ୱୟ ରକ୍ଷାକରି ଅସୁସ୍ଥ ଶ୍ରମିକମାନଙ୍କ ଚିକିତ୍ସା ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ସମ୍ପର୍କରେ ସହାୟତା କରୁଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ତାମିଲନାଡ଼ୁ ତିରୁବଲ୍ଲୁରରେ ଏକ ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇ ଏକାଧିକ ଜୀବନ ଯିବା ସହ ୬୦ରୁ ଅଧିକ ଅସୁସ୍ଥ ହୋଇଛନ୍ତି । ଅଘଟଣରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୫ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.