ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା : କେଜିରୁ ପିଜି ଯାଏଁ ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ଶିକ୍ଷା!
ରାଜ୍ୟ ସରକାର ଆଜି ଶିକ୍ଷା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ତଥା ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟର ୪୩ତମ ବୈଠକରେ ରାଜ୍ୟର ବିକାଶ ପାଇଁ ମୋଟ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ତେବେ ଏହା ମଧ୍ୟରୁ ସବୁଠାରୁ ବଡ଼ ନିଷ୍ପତ୍ତି ହେଉଛି “ଜ୍ଞାନୋଦୟ- ଶିକ୍ଷାରୁ ସମୃଦ୍ଧି” ଯୋଜନାର ଅନୁମୋଦନ।
ବୈଠକ ପରେ ସାମ୍ବାଦିକମାନଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ଏହି ଯୋଜନା ମାଧ୍ୟମରେ ରାଜ୍ୟର କେ.ଜି (KG) ରୁ ପି.ଜି (PG) ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ୍ଣ ମାଗଣା ଶିକ୍ଷା ପ୍ରଦାନ କରାଯିବ।