ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

0

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୧୩ ତାରିଖରେ ପ୍ରବଳ ବର୍ଷା ହେବା ନେଇ ଉପକୂଳ ସମେତ ଏକାଧିକ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

 

ଅପରପକ୍ଷେ ଚଳିତ ମାସରେ ଆଗ ପଛ ହୋଇ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ ପୂର୍ୱାନୁମାନ କରିଛନ୍ତି। ସେ କହିଛନ୍ତି, ୧୩ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଉକ୍ତ ଘୂର୍ଣ୍ଣିବଳୟ ଲଘୁଚାପରେ କେବେ ପରିଣତ ହେବ ସେ ନେଇ ଏବେ ସ୍ପଷ୍ଟ ହୋଇନାହିଁ। ସେହିପରି ୧୭ ତାରିଖରେ ଆଉଏକ ଲଘୁଚାପ ଆସିବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୨ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଡ. ସାହୁ ସୂଚନା ଦେଇଛନ୍ତି।

 

ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ, ରବିବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପୂର୍ୱାନୁମାନ କରାଯାଇଛି। ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ୱାର୍ନିଂ ଦିଆଯାଇଛି। ତେବେ କେନ୍ଦୁଝର ଏବଂ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି।

Leave A Reply

Your email address will not be published.