ଭୁବନେଶ୍ୱର: ଆଗାମୀ ଜୁଲାଇ ୨୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ଅଶୋକ ନଗର (ୟୁନିଟ-୨) ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ସକାଳ ୮ ଘଟିକା ଠାରୁ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।
ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜିକରଣ ଜୁଲାଇ ୨୨ ତାରିଖ ଦିବା ୧୧ ଘଟିକାଠାରୁ ଆରମ୍ଭ ହେବ। ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (http://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜିକରଣ କରିପାରିବେ।
ଜନସାଧାରଣ ପଞ୍ଜିକରଣ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଉପରୋକ୍ତ ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏସମ୍ପର୍କରେ ସାଧାରଣ ପ୍ରଶାସନ ଓ ସଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।