କଟକ ଜିଲ୍ଲାର ସମସ୍ତ ବିଦ୍ୟାଳୟ, ଡିଗ୍ରୀ କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ଆସନ୍ତାକାଲି ବନ୍ଦ ରହିବ

0

କଟକ : କଟକ ଜିଲ୍ଲାରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ଥିବାରୁ, ଆସନ୍ତାକାଲି ଜିଲ୍ଲାର ସମସ୍ତ ବିଦ୍ୟାଳୟ, ଡିଗ୍ରୀ କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲ୍ଲାପାଳ ଘୋଷଣା କରିଛନ୍ତି।

ଏକ ବିଜ୍ଞପ୍ତିରେ ଜିଲ୍ଲାପାଳ କହିଛନ୍ତି, “ଜିଲ୍ଲାରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ଏବଂ ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି, କଟକ ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟ (ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବା OAVs ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ) ତଥା ଡିଗ୍ରୀ କଲେଜ ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଆସନ୍ତା ୨୬ ସେପ୍ଟେମ୍ବର ୨୦୨୪ ରିଖରେ ବନ୍ଦ ରହିବ।”

ସେ ଆହୁରି ମଧ୍ୟ କହିଛନ୍ତି, “ତଥାପି, ବିଦ୍ୟାଳୟ/କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ରର ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀମାନେ ନିୟମିତ ଭାବେ ନିଜ କର୍ତ୍ତବ୍ୟରେ ଯୋଗଦେବେ। ଆବଶ୍ୟକ ପଡ଼ିଲେ ଜିଲ୍ଲା ପ୍ରଶାସନ ଦ୍ୱାରା ସେମାନଙ୍କ ସେବା ରିଲିଫ୍ (ସହାୟତା) ଓ ପୁନରୁଦ୍ଧାର କାର୍ଯ୍ୟ ପାଇଁ ବ୍ୟବହାର କରାଯାଇପାରେ।”

ଉଲ୍ଲେଖଯୋଗ୍ୟ ଯେ, ଭାରତୀୟ ପାଣିପାଗ ବିଭାଗ (IMD) ଦ୍ୱାରା ପ୍ରବଳ ବର୍ଷାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପୂର୍ବରୁ ସେପ୍ଟେମ୍ବର ୨୩ ରୁ ସେପ୍ଟେମ୍ବର ୨୫ ପର୍ଯ୍ୟନ୍ତ ତିନି ଦିନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ଘୋଷଣା କରିଥିଲା।

Leave A Reply

Your email address will not be published.