କୋଟିଆରେ ଆନ୍ଧ୍ରର ନିର୍ବାଚନକୁ ନେଇ ନବୀନଙ୍କ ଉଦ୍‌ବେଗ, ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି

0

କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ବଢ଼ୁଥିବା ବିବାଦକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏହି ପ୍ରସଙ୍ଗରେ ନଭେମ୍ବର ୪ ତାରିଖରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କୋଟିଆର ସ୍ଥିତି ସୁଧାରିବା ପାଇଁ ତୁରନ୍ତ ହସ୍ତକ୍ଷେପ କରିବାକୁ ଦାବି କରିଛନ୍ତି । ଓଡ଼ିଶାର ଭୌଗୋଳିକ ଅଖଣ୍ଡତା ରକ୍ଷା ସହ ଏହି ସମ୍ବେଦନଶୀଳ ପ୍ରସଙ୍ଗରେ କେନ୍ଦ୍ର ଓ ଆନ୍ଧ୍ରପ୍ରଦେଶ ସରକାରଙ୍କ ସହ ସର୍ବୋଚ୍ଚ ସ୍ତରରେ ଆଲୋଚନା କରିବାକୁ ନବୀନ ଆହ୍ୱାନ ଦେଇଛନ୍ତି ।

ଚିଠିରେ ନବୀନ ଉଲ୍ଲେଖ କରିଛନ୍ତି ଯେ, ଗତ ଅକ୍ଟୋବର ୧୯ ତାରିଖରେ ସେ କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ପୂର୍ବରୁ ଚିଠି ଲେଖିଥିଲେ । ଏହାର ଉତ୍ତର ଅକ୍ଟୋବର ୨୭ ତାରିଖରେ ମିଳିଥିଲା । ହେଲେ ଏହା ପରେ ମଧ୍ୟ କୋଟିଆର ସ୍ଥିତିରେ କୌଣସି ସୁଧାର ଆସିନାହିଁ । ବରଂ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶର ଅଧିକାରୀଙ୍କ ମଧ୍ୟରେ ଉତ୍ତେଜନା ଏବଂ ମୁହାଁମୁହିଁ ସ୍ଥିତି ବଢ଼ୁଥିବା ନେଇ ରିପୋର୍ଟ ମିଳୁଥିବା ସେ କହିଛନ୍ତି ।

Leave A Reply

Your email address will not be published.