ଆଗାମୀ ୨୪ ଘଣ୍ଟାରେ ଅବପାତ, ୧୮ ତାରିଖରେ ଭୀଷଣ ବାତ୍ୟା

0

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟାରେ ଅବପାତ । ୧୬ ତାରିଖ ସଂଧ୍ୟା ସୁଦ୍ଧା ବାତ୍ୟା ।  ୧୮ ତାରିଖରେ ଭୀଷଣ ବାତ୍ୟା ।  ବଙ୍ଗୋପସାଗରରେ ଘନୀଭୂତ ହେଉଛି ସୁଦୃଶ୍ୟ ଲଘୁଚାପ। ଏବେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏହାର ଅବସ୍ଥିତି ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହାପରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ।

୧୬ ତରିଖ ସଂଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ। ୧୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେବ। ଆସିଛି ଆଇଏମଡିର ଆକଳନ। ଏହାର ପ୍ରଭାବରେ ଓଡ଼ିଶାରେ ଭୀଷଣ ବର୍ଷା ପବନ ସମ୍ଭାବନା ରହିଛି। ୩ ଦିନ ଧରି ଭୀଷଣ ବର୍ଷା ହେବ। ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଦକ୍ଷିଣ ଓଡ଼ିଶା, ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ବର୍ଷା ଆଶଂକା ରହିଛି ।

ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପୁଣି ଅଧିକ ବର୍ଷା ହେବ। ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ୧୮ ତାରିଖରେ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ୧୯ ତାରିଖରେ ୩ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ଚେତାବନୀ ଦିଆଯାଇଛି। ୨୦ ତାରିଖରେ ବର୍ଷାର ପରିମାଣ ବଢ଼ିବ। ୭ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଦେଇଛି ଆଇଏମଡି। ୨୦ରେ ଗଞ୍ଜାମ, ଗଜପତି, କଳାହାଣ୍ଡି, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, କଟକ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଚେତାବନୀ ଦିଆଯାଇଛି।

Leave A Reply

Your email address will not be published.