ଭୁବନେଶ୍ୱର: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ । ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଧୀରେ ଧୀରେ ଶକ୍ତି ବୃଦ୍ଧି କରି ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ ବାତ୍ୟା ।
୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ନେଲୋର ଓ ତୁନି ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର ରହିପାରେ । ଝଟକା ପବନର ବେଗ ୧୪୫ କିଲୋମିଟର ଛୁଇଁପାରେ ।
ଗଭୀର ଅବପାତ ଏବେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଆଗକୁ ବଢ଼ିଛି । ସକାଳ ୮ଟା ୩୦ ମିନିଟ୍ ସୁଦ୍ଧା ଏହା ୧୧.୨ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୬.୪ ଡିଗ୍ରୀ ପୂର୍ବ ଦ୍ରାଘିମାରେ ରହିଛି । ଶ୍ରୀଲଙ୍କାର ତ୍ରିଙ୍କୋମାଲିଠାରୁ ୬୩୦ କିଲୋମିଟର, ଆଣ୍ଡାମାନର ଶ୍ରୀବିଜୟପୁରମଠାରୁ ୬୯୦ କିଲୋମିଟର ଓ ଚେନ୍ନାଇଠାରୁ ୭୦୦ କିଲୋମିଟର ଦୂରରେ ରହିଛି ।