ବାତ୍ୟା କ୍ଷୟକ୍ଷତି ଆକଳନ: ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ

0

ବାତ୍ୟା ଯୋଗୁଁ ଗଞ୍ଜାମ ଜିଲାରେ ହୋଇଥିବା କ୍ଷୟକ୍ଷତିର ଆକଳନ କରିବା ପାଇଁ ଆସନ୍ତାକାଲି ଗଞ୍ଜାମ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ତାଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଗସ୍ତ କରିବେ। ଏନେଇ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି।

ଗସ୍ତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ପ୍ରଥମେ ପୁରୁଷୋତ୍ତମପୁର ଓ ପରେ ଛତ୍ରପୁର ଅଞ୍ଚଳ ପରିଦର୍ଶନ କରିବେ। ଏହି ସମୟରେ ବାତ୍ୟା ଓ ପ୍ରବଳ ବର୍ଷା ଯୋଗୁଁ ପ୍ରଭାବିତ ଅଞ୍ଚଳର ସ୍ଥିତି, ଘରଦ୍ୱାର, ଚାଷଜମି ଓ ଅନ୍ୟାନ୍ୟ ସମ୍ପତ୍ତିର କ୍ଷୟକ୍ଷତି ସମ୍ପର୍କରେ ଆକଳନ କରିବେ। ଏହାପରେ ସମ୍ପୃକ୍ତ ଅଧିକାରୀଙ୍କ ସହ କ୍ଷୟକ୍ଷତି ଓ ରିଲିଫ୍‌ ବ୍ୟବସ୍ଥା ନେଇ ସମୀକ୍ଷା କରିବେ।

ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ଦ୍ୱାରା ବାତ୍ୟା ପ୍ରଭାବିତ ଅଞ୍ଚଳର ବାସ୍ତବ ସ୍ଥିତି ଅନୁଧ୍ୟାନ ସହ କ୍ଷତିଗ୍ରସ୍ତ ଲୋକଙ୍କୁ ସହାୟତା ଓ କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ତ୍ୱରାନ୍ୱିତ ହେବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.