ମୁଲାୟମ ସିଂ ଯାଦବଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର (ଆମ ଟିଭି): ପରଲୋକରେ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ବରିଷ୍ଠ ରାଜନେତା ମୁଲାୟମ ସିଂ ଯାଦବ । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ସକାଳ ୮ ଟା ୧୬ ମିନିଟରେ ଗୁରୁଗ୍ରାମର ବେଦାନ୍ତ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ମୃତ୍ୟୁରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତି ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି । ତାଙ୍କ ବିୟୋଗରେ ଉତ୍ତରପ୍ରଦେଶରେ ୩ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ କହିସାରିଛନ୍ତି ।

ସେହିପରି ମୁଲାୟମ ସିଂ ଯାଦବଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ନବୀନ ଲେଖିଛନ୍ତି, ”ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ପୂର୍ବତନ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ଖବର ଶୁଣି ମୁଁ ଗଭୀର ମର୍ମାହତ ହୋଇଛି । କୁପ୍ରଥାକୁ ଉଚ୍ଛେଦ କ୍ଷେତ୍ରରେ ସମାଜିକ ନେତା ମୁଲାୟମଙ୍କ ଯୋଗଦାନ ସବୁବେଲେ ମନେରହିବ । ଶୋକସନ୍ତପ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା । ଓମ୍ ଶାନ୍ତି । ”

Leave A Reply

Your email address will not be published.