କଟକ (ଆମ ଟିଭି): ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି । ମିଳିଲା ଜାମିନ୍ । ଙଜଐଊଉ ଦୁର୍ନୀତି ମାମଲାରେ ମେଟ୍ରୋ ବିଲ୍ଡର୍ସ ପ୍ରାଇଭେଟ୍ ଲିମିଟେଡ୍ ଏମ୍ଡି ତଥା କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ଭିଜିଲାନ୍ସ କୋର୍ଟଙ୍କ ଦ୍ୱାରା ହୋଇଥିବା ଦଣ୍ଡାଦେଶ ବିରୋଧରେ ମୋକିମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ ତାଙ୍କ ଜାମିନ ମଞ୍ଜୁର ହୋଇଛି। ଏହାବାଦ ତାଙ୍କ ଆବେଦନ ଗୃହୀତ ହୋଇଥିବା ବେଳେ ଆସନ୍ତା ୧୩ ତାରିଖରେ ଏହା ଉପରେ ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାଯାଇଛି।
ମୋକିମଙ୍କ ମେଟ୍ରୋ ବିଲ୍ଡର୍ସ ପ୍ରାଇଭେଟ୍ ଲିମିଟେଡ ଚଞ୍ଚକତା କରି ଙଜଐଊଉରୁ ୧୫୦ ଲକ୍ଷର ଋଣ ମଞ୍ଜୁର କରି ନେଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗର ତଦନ୍ତ କରି ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମୋକିମଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଓ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଥିଲେ। ଏହି ଜେଲ୍ ଦଣ୍ଡାଦେଶ ଓ ଜରିମାନାକୁ ଚ୍ୟାଲେଞ୍ଜ କରି ମୋକିମ୍ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ତାଙ୍କ ମାମଲାକୁ ବିଚାର ପାଇଁ ଗ୍ରହଣ କରିବା ସହ ମୋକିମଙ୍କୁ ୧ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରିଛନ୍ତି। ମୋକିମଙ୍କ ଉପରେ ଲାଗୁ ହୋଇଥିବା ୫୦ ହଜାର ଜରିମାନା ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଆସନ୍ତା ୧୩ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ।