ଭୁବନେଶ୍ୱର(ଆମ ଟିଭି): ନିକଟରେ ରାଜ୍ୟ କ୍ୟାବିନେଟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ବେଳେ ଆଜି ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟା ୧୦ ମିନିଟ୍ରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବାକୁ ଯାଉଛି। ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା, ଆଇନ, ଜଳସମ୍ପଦ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଆଦି ବିଭାଗର ଏକାଧିକ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି।
ରାଜଧାନୀ ଉପସ୍ଥିତି ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଉପସ୍ଥିତ ରହିବେ। ସେହିପରି ନିଜ ନିର୍ବାଚନମଣ୍ଡଳୀ ତଥା ଜିଲ୍ଲା ଗସ୍ତରେ ଥିବା ମନ୍ତ୍ରୀମାନେ ଆଭାସୀ ମାଧ୍ୟମରେ ଯୋଡି ହେବେ ବୋଲି ଜଣାପଡ଼ିଛି।