ଅବପାତରେ ପରିଣତ ହେଲା ଲଘୁଚାପ

0

ଭୁବନେଶ୍ୱର(ଆମ ଟିଭି): ଆସୁଥିବା ବାତ୍ୟା  ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଣ୍ଡମାନ ସାଗର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଅବପାତ ସୃଷ୍ଟି ହୋଇଛି। ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ପରେ ଏହା ଦିଗ ବଦଳାଇ ଘୂର୍ଣ୍ଣିବାତ୍ୟାରେ ରୂପାନ୍ତରିତ ହେବାର ସମ୍ଭାବନା ରହିଛି। ଏହି ବାତ୍ୟା ୨୫ ସକାଳେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଛୁଇଁବ।

Leave A Reply

Your email address will not be published.