ନୂଆଦିଲ୍ଲୀ (ଆମ ଟିଭି): ସ୍ଥଳଭାଗ ଛୁଇଁଲା ସାମୁଦ୍ରିକ ଝଡ଼ ମେଣ୍ଡୋସ । ବିଳମ୍ବିତ ରାତିରେ ଚେନ୍ନାଇ ନିକଟ ମାଲାପୁରମ ନିକଟରେ ଲାଣ୍ଡଫଲ କଲେ ସାମୁଦ୍ରିକ ଝଡ ମେଣ୍ଡୋସ । ଏହାର ପ୍ରଭାବରେ ତାମିଲନାଡୁ ଉପକୂଳରେ ପ୍ରବଳ ବର୍ଷା ହେଉଛି । ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ମେଣ୍ଡୋସ ଏବେ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଘଂଟା ପ୍ରତି ୫୫ ରୁ ୬୫ କିଲୋମିଟର ବେଗରେ ପବନ ବୋହୁଛି ।
ସାମୁଦ୍ରିକ ଝଡ ମେଣ୍ଡୋସ ସ୍ଥଳଭାଗ ଛୁଇଁବା ପରେ ଧିରେ ଧିରେ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ତିରୁଭାଲୁର, ଚେନ୍ନାଇ, ଚେଙ୍ଗଲାପାଟୁ, କାଂଚିପୁରମ ଜିଲ୍ଲାରେ ଭୀଷଣ ବର୍ଷା ସହ ଜୋରରେ ପବନ ବୋହୁଛି । ପ୍ରଶାସନ ପକ୍ଷରୁ ବାତ୍ୟା ଦୁର୍ବଳ ନହେବା ଯାଏଁ ଲୋକଙ୍କୁ ଘରୁ ନାବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ସେପଟେ ଉତର-ତାମିଲନାଡୁ ଓ ଦକ୍ଷିଣଆନ୍ଧ୍ରପ୍ରଦେଶର ଉପକୁଳ ଜିଲ୍ଲାଗୁଡିକରେ ମୁଶଳ ଧାରରେ ବର୍ଷା ସହ ପବନର ବେଗ ମଧ୍ୟ ବୃଦ୍ଧି ପାଇଛି । ଦିନ ସାଢ଼େ ୧୧ଟାରୁ ଏହା ଆହୁରି ଦୁର୍ବଳ ହେବ ବୋଲି ପୂର୍ବାନୁମାନ କରିଛି ଆଇଏମଡି ।