ପରଲୋକରେ ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନା

0

ଯାଜପୁର (ଆମ ଟିଭି): ପରଲୋକରେ ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ଯାଜପୁରରୁ ଦୁଇଥର ସେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ଜ୍ଝ ୨୦୦୪ ଓ ୨୦୦୯ ଲୋକସଭା ନିର୍ବାଚନରେ ସେ ବିଜେଡି ଟିକେଟରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ ଜ୍ଝ ପରେ ସେ ବିଜୁ ଜନତା ଦଳ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ଜ୍ଝ

ଯାଜପୁର ବଡଚଣାର ଶାସନସିମାରେ ୧୪ ଜୁଲାଇ ୧୯୫୭ରେ ଜନ୍ମଗ୍ରହଣ କରିଥିବା ମୋହନ କେନ୍ଦ୍ରାପଡା କଲେଜର ସହ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପାଠପଢ଼ିଥିବାବେଳେ ସେ ଏକାଧାରରେ ଜଣେ ଲୋକପ୍ରିୟ ନେତା, ସମାଜସେବୀ, ପ୍ରକାଶକ ଥିଲେ ଜ୍ଝ ୧୯୯୨-୧୯୯୪ ପର୍ୟ୍ୟନ୍ତ ସେ ଯୁବ ଜନତା ଦଳର ସାଧାରଣ ସମ୍ପାଦକ, ୧୯୯୪-୯୮ ପର୍ୟ୍ୟନ୍ତ ଜନତା ଦଳର ସମ୍ପାଦକ ଥିଲେ ଜ୍ଝ ୨୦୦୪ ମସିହାରେ ସେ ବିଜେଡି ଟିକେଟରେ ଲୋକସଭା ନିର୍ବାଚନ ଲଢ଼ିଥିଲେ ଜ୍ଝ ଏହି ନିର୍ବାଚନରେ ସେ ଜିତି ଲୋକସଭାକୁ ନିର୍ବାଚିତ ହୋଇଥିଲେ ଜ୍ଝ ଏହି ସମୟରେ ସେ ଲୋକସଭାର ଗ୍ରାମ୍ୟ ଉନ୍ନୟନ, ସାମାଜିକ ନ୍ୟାୟ ଓ ସଶକ୍ତିକରଣ କମିଟିର ସଦସ୍ୟ ମଧ୍ୟ ରହିଥିଲେ ଜ୍ଝ

Leave A Reply

Your email address will not be published.