ଶ୍ରଦ୍ଧାଞ୍ଜଳିଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନା କଲେ ହାଇକୋର୍ଟ

0

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ତଥା ନାଗ ସାମ୍ରାଜ୍ୟର ସୂତ୍ରଧର ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା। ଶ୍ରଦ୍ଧାଞ୍ଜଳିଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନା କଲେ ହାଇକୋର୍ଟ। ଅର୍ଚ୍ଚନା ନାଗ ମାମଲାରେ ଇଡିକୁ ତଦନ୍ତରେ ସହଯୋଗ କରିବାକୁ ଶ୍ରଦ୍ଧାଞ୍ଜଳିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତରେ ଶ୍ରଦ୍ଧାଞ୍ଜଳି ସହଯୋଗ କରୁନଥିବା ଇଡି ପକ୍ଷରୁ କୁହାଯାଇଥିଲା। ଜାନୁଆରୀ ୧୭ ତାରିଖର ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଶ୍ରଦ୍ଧାଞ୍ଜଳି ହାଇକୋର୍ଟରେ ଅନ୍ତରୀଣ ସୁରକ୍ଷା ପାଇଁ ଆବେଦନ କରିଥିଲେ। ଆଜି ଏହାର ଶୁଣାଣି ଥିଲା।

ଅର୍ଚ୍ଚନା ନାଗ ମାମଲାରେ ଇଡିରେ ୨ ଥର ହାଜର ହୋଇସାରିଛନ୍ତି ଶ୍ରଦ୍ଧାଞ୍ଜଳି। ଇଡି ପୁଣି ତାଙ୍କୁ ହାଜର ହେବା ପାଇଁ ସମନ କରିଥିଲେ ମଧ୍ୟ ସେ ହାଜର ହେଉନାହାନ୍ତି କି ତଦନ୍ତରେ ସହଯୋଗ କରିବାକୁ ଚାହୁଁନାହାନ୍ତି ବୋଲି ଇଡି ପକ୍ଷରୁ କୁହାଯାଇଥିଲା।

ଆଜିଠୁ ହନିଟ୍ରାପ୍ କ୍ୱିନ୍ ଅର୍ଚ୍ଚନା ନାଗଙ୍କୁ ୬ ଦିନିଆ ରିମାଣ୍ଡରେ ନେବ ଇଡି। ସେହିପରି ତାଙ୍କ ସ୍ୱାମୀ ଜଗବନ୍ଧୁ ୯ ଦିନ ରିମାଣ୍ଡରେ ଯିବେ। ନାଗ-ଚାନ୍ଦ ଦମ୍ପତିଙ୍କ ଆର୍ଥିକ ସାମ୍ରାଜ୍ୟର ଗୁମର ଖୋଲିବାକୁ ପ୍ରଥମେ ଉଭୟଙ୍କୁ ପୃଥକ ଭାବେ ଜେରା କରିବ ଇଡି। ପରେ ଦୁହିଁଙ୍କୁ ମୁହାଁମୁହିଁ ଜେରା କରାଯିବ।

Leave A Reply

Your email address will not be published.