*ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍” ଉଦ୍ଯାପିତ*
ଭୁବନେଶ୍ଵର – ତା ୨୩.୧୨ –ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍” ଉଦ୍ଯାପିତ ହୋଇଯାଇଛି । ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ସହ ଡିଏଭି ଗାନପୂର୍ବକ ମୁଖ୍ୟ ଅତିଥିଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଵଳନ କରାଯାଇଥିଲା । ସାମୂହିକ ସଙ୍ଗୀତ ଗାନ ପରେ ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡକ୍ଟର ଅରୁଣ କୁମାର ରଥ ଅତିଥିମାନଙ୍କର ସ୍ଵାଗତ ପରିଚୟ ପ୍ରଦାନ କରିଥିଲେ । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିରୂପେ ଜାତୀୟ ଆଇନ୍ ବିଶ୍ଵବିଦ୍ୟାଳୟ, ଓଡ଼ିଶାର

କୁଳପତି ପ୍ରଫେସର ବେଦ୍ କୁମାରୀ ଯୋଗଦାନ କରି ‘ସାମୂହିକ ସହଯୋଗ ଓ ଉଦ୍ୟମ ସଫଳତାରମହାମନ୍ତ୍ର’ ବୋଲି ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷା ତଥା ସହ ଆଞ୍ଚଳିକ ଅଧୁକାରୀ ଡ. ସୁଜାତା ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ବ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ
କରିଥିଲେ । ଏହି ଅବସରରେ ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ, ଦଶମ ଶ୍ରେଣୀର କୃତିତ୍ବଧାରୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଜର କର୍ମ ନିପୁଣତା ପାଇଁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ସାଂସ୍କୃତିକ ବିଭାଗର ସହ-ସଂଯୋଜିକା ସ୍ନିତି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ

ଦ୍ଵାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଊର୍ଦ୍ଧ୍ବ ଦର୍ଶକ ମନଭରି ଉପଭୋଗ କରି କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଶାସ୍ତ୍ରୀୟ ନୃତ୍ୟ, ଫିଫା ଫିଭର, ଗଣତନ୍ତ୍ରର ଚାରୋଟି ସ୍ତମ୍ଭ, ଓଡ଼ିଆ ଡ୍ରାମା – ଯିଏ ସୁଖ ଦୁଃଖରେ ସାଥୀ,

ଡିସ୍କୋ ଡ୍ୟାନ୍ସ ଆଦି କାର୍ଯ୍ୟକ୍ରମକୁ ଚିତ୍ତାକର୍ଷକ ଶୈଳୀରେ ଶିଶୁଶିଳ୍ପୀମାନେ ପରିବେଷଣ କରିଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ ।