ନୂଆଦିଲ୍ଲୀ(ଆମ ଟିଭି): ୫ଜିକୁ ନେଇ ଆସିଛି ବଡ଼ ଖବର । ଜାନୁଆରୀ ୨୬ପୂର୍ବରୁ ଓଡିଶାରେ ୫ଜି ସେବା ଆରମ୍ଭ ହେବ । କେନ୍ଦ୍ର ରେଳ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଏ ନେଇ ଘୋଷଣା କରିଛନ୍ତି । ଓଡିଶାକୁ ପ୍ରଥମ ପର୍ୟ୍ୟାୟରେ ୫ଜି ସେବା ମିଳିବ ବୋଲି କହିଥିଲି । ଯାହା ଖୁବଶୀଘ୍ର ପୂରଣ ହେବାକୁ ଯାଉଛି ।
ଭୁବନେଶ୍ୱର ଷ୍ଟେସନ ହେବ ବିଶ୍ୱସ୍ତରୀୟ । ଜର୍ମାନୀ, ଜାପାନ ଭଳି ଝଲକ ଦେଖିବାକୁ ମିଳିବ । ଏ ନେଇ ଟେଣ୍ଡର ହୋଇଛି, ଖୁବଶୀଘ୍ର କାମ ଆରମ୍ଭ ହେବ ।
ସେପଟେ, ସେ ଆହୁରି କହିଛନ୍ତି ରେଳର ବିକାଶ ପାଇଁ ଆଦୌ ରାଜନୀତି ନ ହେଉ । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରତିକ୍ରିୟାରେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ସାଢେ ୪କୋଟି ଓଡିଆଙ୍କ ବିକାଶ ଦାୟିତ୍ୱ ନରେନ୍ଦ୍ର ମୋଦୀ ନେଇଛନ୍ତି । ରାଜନୀତିରୁ ଉଦ୍ଧ୍ୱର୍ ରହି ବିକାଶ ପ୍ରତି ଧ୍ୟାନ ଦିଆଯାଉ । ଅର୍ଥ, ଜମି, ଇଚ୍ଛାଶକ୍ତି ଥିଲେ ସବୁ ସମ୍ଭବ ହୋଇପାରିବ ।