୨୦୨୪ ପୂର୍ବରୁ ସରିବ ତାଳଚେର ସାର

0

ତାଳଚେର: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ସହ ଅନୁଗୋଳ ଜିଲ୍ଲା ଗସ୍ତ କରି ତାଳଚେର ସାର କାରଖାନା ପରିଦର୍ଶନ କରିବା ସହ ପ୍ଲାଣ୍ଟର ଅଗ୍ରଗତି କାର୍ଯ୍ୟ ନେଇ ସମୀକ୍ଷା କରିଛନ୍ତି ।

ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ତାଳଚେର ସାର କାରଖାନା ୟୁରିଆ ଓ ସାର ଉତ୍ପାଦନରେ ଭାରତକୁ ଆତ୍ମନିର୍ଭର କରିବ ବୋଲି ଶ୍ରୀ ପ୍ରଧାନ ସମୀକ୍ଷା କରିବା ପରେ କହିଛନ୍ତି । ସେହିପରି ୨୦୨୪ ଅକ୍ଟୋବର ମାସ ପୂର୍ବରୁ ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଶେଷ ହେବ ଓ ଏହାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯିବ ବୋଲି ଶ୍ରୀ ମାଣ୍ଡଭିୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ୨୦୧୮ ମସିହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ୟମରେ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପର ନିରନ୍ତର ସମୀକ୍ଷା ଜାରି ରହିଛି । ୧୭,୦୦୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣାଧୀନ ଦେଶର ପ୍ରଥମ କୋଲ ଗ୍ୟାସିଫିକେସନ ଟେକ୍ନୋଲୋଜି ଆଧାରିତ ତାଳଚେର ସାର କାରଖାନା ୟୁରିଆ ଉତ୍ପାଦନ କ୍ଷେତ୍ରରେ ଦେଶକୁ ସ୍ୱାବଲମ୍ବୀ କରିବ । ଚାଷୀଙ୍କୁ ସୁବିଧା ଦେବ । ସହ ଏବଂ ଭାରତକୁ ଆତ୍ମନିର୍ଭର କରିବ । ପ୍ରଧାନମନ୍ତ୍ରୀ ମୋଦିଙ୍କ କଳ୍ପନାରେ ସାର ଓ ୟୁରିଆ ଉତ୍ପାଦନକୁ ବଢାଇବା ସହ ସ୍ଥାନୀୟ ଅଞ୍ଚଳରେ ବ୍ୟବସାୟିକ ବାତାବରଣକୁ ବଢାଇବାରେ ଏହି ପ୍ରକଳ୍ପ ସହାୟକ ହେବ ।

Leave A Reply

Your email address will not be published.