ଭୁବନେଶ୍ୱର (ଆମ ଟିଭି): ବହୁ ପ୍ରତୀକ୍ଷାର ଅନ୍ତ ଘଟିବ । କାଲିଠୁ ଭୁବନେଶ୍ବରରୁ ରାଉରକେଲାକୁ ଉଡ଼ିବ ବିମାନ। ସକାଳ ୧୦ ଟା ୪୫ରେ ଭୁବନେଶ୍ବରରୁ ଉଡ଼ାଣ ଆରମ୍ଭ କରିବ ଆଲାଏନ୍ସ ଏୟାର ବିମାନ । ବିମାନ ଚଳାଚଳର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଭିସି ଜରିଆରେ ସାମିଲ ହେବେ। ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ମନ୍ତ୍ରୀ ଅଶୋକ ପଣ୍ଡା ଉପସ୍ଥିତ ରହିବେ ।
୧୦ ଟା ୪୫ରେ ଭୁବନେଶ୍ବରରୁ ଉଡାଣ ଆରମ୍ଭ କରି ୧୧ଟା ୪୦ରେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବ ବିମାନ । ଏହାପରେ ୧୨ ଟା ୫ରେ ରାଉରକେଲାରୁ ବାହାରି ଅପରାହ୍ମ ଗୋଟାଏରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବ । ୧୨ ତାରିଖରୁ ଦୈନିକ ଉଡାଣ ଜାରି ରହିବ । ପ୍ରତିଦିନ ବିମାନ ଭୁବନେଶ୍ବରରୁ ଦିନ ୨ଟା ୫୫ରେ ଛାଡ଼ି ରାଉରକେଲାରେ ୩ ଟା ୫୦ରେ ପହଞ୍ଚିବ।