ରାକ୍ଷୀ ପୂର୍ଣ୍ଣିମାରେ ମହିଳାଙ୍କୁ ଉପହାର, ମିଳିଲା ସୁଭଦ୍ରାର ପଞ୍ଚମ କିସ୍ତି

0

ନୟାଗଡ଼:ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲା ଲାଠିପଡ଼ା ଟାଙ୍ଗି ପଡ଼ିଆସ୍ଥିତ ସୁଭଦ୍ରା ମଞ୍ଚରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅର୍ଥରାଶି ହିତାଧିକାରୀଙ୍କ ଖାତାକୁ ହସ୍ତାନ୍ତର କରିଛନ୍ତି।

ପଞ୍ଚମ କିସ୍ତିରେ ପ୍ରତ୍ୟେକ ଯୋଗ୍ୟ ମହିଳାଙ୍କ ବ୍ୟାଙ୍କ ଖାତାକୁ ୫ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଏଥିପାଇଁ ମୋଟ ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରାଯାଇଥିଲା। ସମୁଦାୟ ୫ ହଜାର ୧୬୦ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର ହୋଇଛି।ଏହି ପର୍ଯ୍ୟାୟରେ ପ୍ରଥମ ଥର ପାଇଁ ୨ ଲକ୍ଷ ୨୧ ହଜାର ୫୪ ଜଣ ମହିଳା ସୁଭଦ୍ରା ଯୋଜନାର ଅର୍ଥ ପାଇଛନ୍ତି। ପୂର୍ବରୁ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରୁ କେତେକଙ୍କୁ ଏକାସାଙ୍ଗରେ ୫ଟି କିସ୍ତିର ଅର୍ଥ ପ୍ରଦାନ କରାଯାଇଥିବା ଜଣାପଡ଼ିଛି।ଲାଠିପଡ଼ାରେ ଆୟୋଜିତ ବିରାଟ ସମାବେଶରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନର ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ଏକାଧିକ ସଦସ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.