ବର୍ଷିଆନ ଅଭିନେତା ମିହିର ଦାସଙ୍କ ପରଲୋକ

0

ଭୁବନେଶ୍ୱର, ୧୧/୦୧: ବରିଷ୍ଠ ଅଭିନେତା ମିହିର ଦାସଙ୍କ ପରଲୋକ । ଘରୋଇ ହସ୍ପିଟାଲ୍‌ରେ ତାଙ୍କର ମୃତ୍ୟୁ ଘଟିଛି ।କିଡନୀ ସଂକ୍ରମଣ ଯୋଗୁଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ମିହିରଙ୍କର ଏକାଧିକ ଅଙ୍ଗ ସଂକ୍ରମିତ ହୋଇଥିଵା ସୂଚନା ଦେଇଥିଲେ ହସ୍ପିଟାଲ କର୍ତ୍ତୃପକ୍ଷ । ସେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ । ପୂର୍ବରୁ କିଡ୍‌ନୀ ରୋଗରେ ଆକ୍ରାନ୍ତ ମିହିର ଦାସଙ୍କୁ ଡିସେମ୍ୱର ୭ ତାରିଖରେ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା ।

ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୬୬ ଫେବ୍ରୁଆରୀ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର । ସେ ପ୍ରାୟ ୧୫୦ଟିରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ତାଙ୍କ ଅଭିନୀତ ଲୋକପ୍ରିୟ ଚଳଚ୍ଚିତ୍ର ମଧ୍ୟରେ ‘ଲକ୍ଷ୍ମୀ ପ୍ରତିମା’, ‘ପୁଅ ମୋର ଭୋଳା ଶଙ୍କର’,’ଟାର୍ଗେଟ୍‌’, ‘ଗୁଣ୍ଡା’, ‘ମାଇଁ ଲଭ୍‌ ଷ୍ଟୋରୀ’, ‘ପହିଲି ରାଜା’, ‘ଚୋରି ଚାରି ମନ ଚୋରି’, ‘ବାଜି’, ‘ଧଉଳି ଏକ୍ସପ୍ରେସ୍‌’ ଅନ୍ୟତମ । ଅଭିନୟ ପାଇଁ ଏକାଧିକ ପୁରସ୍କାର ପାଇଛନ୍ତି ସେ । ୧୯୯୯ରେ ‘ବିଧାତା’ ଓ ୨୦୦୫ରେ ‘ଫେରିଆ ମୋ’ ସୁନା ଭଉଣୀ’ ଚଳଚ୍ଚିତ୍ର ପାଇଁ ତାଙ୍କୁ ଶ୍ରେଷ୍ଠ କଳାକାର ସମ୍ମାନ ମିଳିଥିଲା ।

Leave A Reply

Your email address will not be published.