ଆଜି ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ

0

ଭୁବନେଶ୍ୱର (ଆମ ଟିଭି): ଗୁରୁତର ଅବସ୍ଥାରେ ଏବେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦ । ଏହାରି ଭିତରେ ଆଜି ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନିଆଯିବ । ଗୁରୁତର ଯକୃତ ଜନିତ ସମସ୍ୟାରେ ପୀଡିତ ହୋଇଛନ୍ତି ଏହି ଅଭିନେତା । ଭୁବନେଶ୍ୱରରେ ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଚିକିତ୍ସା ବି ଚାଲିଥିଲା । ହେଲେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀର ଆଇଏଲବିଏସ ହସ୍ପିଟାଲ ନିଆଯିବ ।

ଯକୃତ ପ୍ରତ୍ୟାରୋପଣ କରିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି । ଏଥିପାଇଁ ୫୦ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଛନ୍ତି । ପିଣ୍ଟୁଙ୍କ ଆଶୁ ଆରୋଗ୍ୟ କାମନା କରିଛି ପୁରା ଓଲିଉଡ ।

Leave A Reply

Your email address will not be published.