ବାଲେଶ୍ବର(ଆମ ଟିଭି) : ବିଜେପିରେ ମିଶିଲେ ଅଭିନେତ୍ରୀ ଜିନା। ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ ଓ ତାଙ୍କ ସ୍ୱାମୀ ରୁଦ୍ର ପାଣିଗ୍ରାହୀ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଓଲିଉଡ ଅଭିନେତ୍ରୀ ଜିନା ଓ ତାଙ୍କ ସ୍ୱାମୀ ରୁଦ୍ର ପାଣିଗ୍ରାହୀଙ୍କ ସହ ପ୍ରାୟ ୮୦ରୁ ଅଧିକ ବ୍ୟକ୍ତି ବିଜେପିରେ ଯୋଗ ଦେଇଛନ୍ତି। ଆଜି ବାଲେଶ୍ବର ବିଜେପି ଅଫିସରେ ଏକ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା।
ଆଲବମ ଜଗତରେ ବେଶ ଖ୍ୟାତି ଅର୍ଜନ କରିବା ପରେ ଜିନା ‘ଫେରିଆ ମୋ’ ସୁନାଭଉଣୀ’ ସିନେମା ଜରିଆରେ ଓଲିଉଡ୍ରେ ନାୟିକାଭାବେ ପ୍ରବେଶ କରିଥିଲେ। ପରେ କେତୋଟି ହାତଗଣତି ଓଡ଼ିଆ ଛବିରେ ନାୟିକା ବନିଥିଲେ। ପରେ ଅଭିନେତା ରୁଦ୍ରଙ୍କୁ ଜୀନା ସାମଲ୍ ବିବାହ କରିଥିଲେ।