ନିଖୋଜ ଯବାନଙ୍କ ମିଳିଲା ପତା

0

କାମାକ୍ଷାନଗର/ଭୁବନ: ସିକିମର ପ୍ରଳୟଙ୍କରୀ ବନ୍ୟାରେ ନିଖୋଜ ଓଡ଼ିଆ ଯବାନ ସରୋଜ କୁମାର ଦାସ ସହିଦ। ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲ‌େ ସେ। ଉଦ୍ଧାରକାରୀ ଦଳର ଭିଡିଓ କଲରେ ସହିଦଙ୍କ ମୃତଦେହକୁ ଚିହ୍ନଟ କରିଛନ୍ତି ପରିବାର ଲୋକେ। ଭୁବନ ବ୍ଲକ୍ କାମାକ୍ଷାନଗର ଥାନା ଦିଘି ପଞ୍ଚାୟତ କେନ୍ଦୁଢ଼ିପ ଗାଁର ରାମଚନ୍ଦ୍ର ଦାସଙ୍କ ସାନପୁଅ ହାବିଳଦାର ସରୋଜ କୁମାର ଦାସଙ୍କ ଅକାଳ ବିୟୋଗରେ ଗାଁରେ ଏବେ ବି ଶୋକାକୁଳ ପରିବେଶ ଲାଗି ରହିଛି।

ସୂଚନାଯୋଗ୍ୟ, ସରୋଜ ୨୦୧୨ ମସିହା ଅକ୍ଟୋବର ୨୧ ତାରିଖରେ ସେନାରେ ସିପାହୀ ଭାବେ ନିଯୁକ୍ତି ପାଇଥିଲେ। ମଙ୍ଗଳବାର ରାତି ୧୦ଟା ବେଳେ ସରୋଜ ପରିବାର ଲୋକଙ୍କ ସହ ମୋବାଇଲରେ କଥା ହୋଇଥିଲେ। ପ୍ରବଳ ବର୍ଷା ଯୋଗୁଁ ସେ ଗାଡ଼ି ଭିତରେ ରହିଥିବା ପରିବାର ଲୋକଙ୍କୁ କହିଥିଲେ। ତେବେ ଏହାପରେ ତାଙ୍କ ସହ ଆଉ ଯୋଗାଯୋଗ ହୋଇ ନଥିଲା। ସେ ନିଖୋଜ ଥିବା ଖବର ଟିଭିରୁ ଦେଖି ପରିବାର ପକ୍ଷରୁ ତାଙ୍କ ମୋବାଇଲ୍କୁ କଲ୍ କରାଯାଇଥିଲେ ବି ଫୋନ୍ ସୁଇଚ୍ ଅଫ୍ ଆସିଥିଲା।

 

Leave A Reply

Your email address will not be published.