ପୁଣି ଭାଇଲାର ହେଲା ମାଟ୍ରିକ ପରୀକ୍ଷା ପ୍ରଶ୍ନ ପତ୍ର !
ମୋବାଇଲରୁ ମୋବାଇଲ୍ ଘୂରି ବୁଲୁଛି ମାଟ୍ରିକ ପ୍ରଶ୍ନପତ୍ର। ବୋର୍ଡର ଶତଚେଷ୍ଟା ସତ୍ତ୍ୱେ ପ୍ରଶ୍ନପତ୍ର ଭାଇରାଲ୍ ପରି ଘଟଣାକୁ ପୂର୍ବ ବର୍ଷ ପରି ଚଳିତ ଥର ମଧ୍ୟ ରୋକାଯାଇପାରି ନାହିଁ। ଆଜି ଗଣିତ ପରୀକ୍ଷା ଥିବା ବେଳେ ଏହାର କିଛି ପ୍ରଶ୍ନପତ୍ର କେନ୍ଦୁଝର ଜିଲ୍ଲାରେ ଭାଇରାଲ୍ ହୋଇଥିବା ଅଭିଯୋଗ ହୋଇଛି। ଭାଇରାଲ୍ ହେଉଥିବା ପ୍ରଶ୍ନପତ୍ରରେ ସେଟ୍- C ଓ D ଲେଖାଯାଇଛି। ତେବେ ପ୍ରଶ୍ନପତ୍ର କିଏ ଭାଇରାଲ କଲା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ପିଲାମାନେ ପରୀକ୍ଷା ଦେବାକୁ ଯିବାର ଯଥେଷ୍ଟ ସମୟ ପୂର୍ବରୁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଥିଲା। ଅନ୍ୟପକ୍ଷରେ ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗକୁ ଖଣ୍ଡନ କରିଛି ବୋର୍ଡ। ମାଧ୍ୟମିକ ଶିକ୍ଷା ବୋର୍ଡ଼ର ଉପସଭାପତି କହିଛନ୍ତି, ପ୍ରଶ୍ନପତ୍ର ଭାଇରାଲ ହୋଇନାହିଁ। ଆସିଥିବା ଅଭିଯୋଗ ମିଥ୍ୟା। ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ କୌଣସି ସୂଚନା ଆମ ପାଖକୁ ମିଳିନାହିଁ।