କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ
କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଦିନ ତଳେ କ୍ୟାପିଟାଲ ହସ୍ପିଟାଲରେ ସେ ନମୁନା ପରୀକ୍ଷା କରାଇଥିଲେ । ନମୁନା ପରୀକ୍ଷା ପଜିଟିଭ ଆସିଛି । ବର୍ତ୍ତମାନ ସେ ଘରେ ରହି ଚିକିତ୍ସିତ ହେଉଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି। କୃଷି ସଚିବ ସ୍କ୍ରବ୍ ଟାଇଫସ୍ରେ ଆକ୍ରାନ୍ତ ନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି
୨-୩ଟି ଜିଲ୍ଲାକୁ ଛାଡ଼ିଦେଲେ, ରାଜ୍ୟବ୍ୟାପି ମାଡ଼ିଗଲାଣି ସ୍କ୍ରବ ଟାଇଫସ। କେବଳ ଗ୍ରାମାଞ୍ଚଳ ନୁହେଁ, ସହରାଞ୍ଚଳକୁ ବି ବ୍ୟାପିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨ ହଜାର ୭୭ ଜଣଙ୍କର ସ୍କ୍ରବ ଟାଇଫସ ପରୀକ୍ଷା ହୋଇଥିବାବେଳେ ଚିହ୍ନଟ ହୋଇଛନ୍ତି ୨ ହଜାର ୮ ଶହ ୨୦ରୋଗୀ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରୀୟ ଟିମ ସ୍କ୍ରବ୍ ଟାଇଫସ୍ ସମୀକ୍ଷା କରିବାକୁ ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର ଜିଲ୍ଲା ସହ ବୁର୍ଲା ମେଡିକାଲ ଯାଇଥିଲେ। ସେମାନେ ଓଡ଼ିଶାର ମୁକାବିଲା ପଦକ୍ଷେପକୁ ପ୍ରଶଂସା କରିଛନ୍ତି।