ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ

0
ଭୁବନେଶ୍ବର (ଆମ ଟିଭି): ଆଗାମୀ ବଜେଟ୍ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି । ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଏବଂ ବିଧାୟକ ଜୟନାରାୟଣ ମିଶ୍ର ଉପସ୍ଥିତ ଅଛନ୍ତି । କାଲି ଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ସେହିଭଳି ବିଧାନସଭା ଅଧିବେଶନ ପାଇଁ ସବୁ ଦଳ ଆଜି ରଣନୀତି ପ୍ରସ୍ତୁତ କରିବେ ।  ଆଜି ସନ୍ଧ୍ୟାରେ ବିଜେଡି, ବିଜେପି ଓ କଂଗ୍ରେସ ବିଧାୟକ ଦଳ ବୈଠକ ବସି ରଣନୀତି ଚୂଡାନ୍ତ କରିବେ ।
 
ସୂଚନାଯୋଗ୍ୟ, ବଜେଟ୍ ଅଧିବେଶନ ଫେବ୍ରୁଆରି ୧୭ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଚାଲିବ । ଏହି ଅଧିବେଶନରେ ମୋଟ ୨୮ଟି କାର୍ଯ୍ୟ ଦିବସ ରହିବ । ୨୦ ତାରିଖରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ୍ ଉପସ୍ଥାପନ କରିବେ ।
Leave A Reply

Your email address will not be published.