ଆଜି ମୟୂରଭଞ୍ଜ ଜିଲ୍ଲାରେ ସବୁ ସ୍କୁଲ ଛୁଟି, ପ୍ରବଳ ବର୍ଷା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

0

ଭୁବନେଶ୍ବର: ଆଜି ମୟୂରଭଞ୍ଜ ଜିଲ୍ଲାରେ ସବୁ ସ୍କୁଲ ଛୁଟି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆଜି ସରକାରୀ, ବେସରକାରୀ ସ୍କୁଲ ସହ ସବୁ ଉଚ୍ଚ ମାଧ୍ୟମିକ ସ୍କୁଲ ବନ୍ଦ ରହିବ। ସେହିପରି ଜିଲ୍ଲାରେ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ୍ ହୋଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ଅଧିକାରୀଙ୍କୁ ମୁଖ୍ୟାଳୟ ନ ଛାଡ଼ିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପଟେ, ବଙ୍ଗୋପସାଗରର ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହବ। ରାଜ୍ୟରେ ବନ୍ୟା ନ ଯାଉଣୁ ଲଘୁଚାପ ଛନକା ବଢ଼ାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି ।

Leave A Reply

Your email address will not be published.