୨୬ ରେ ଓଡ଼ିଶା ଆସୁଛନ୍ତି ଅମିତ୍ ଶାହା

0

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ସେ ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀ ସାଆଁଳପୁରରେ ଏକ ସାଧାରଣ ସଭା କରିବେ। ଏନେଇ ବିଜେପି ନେତ୍ରୀ ଡକ୍ଟର ଲେଖାଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି, ମାର୍ଚ୍ଚ ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସିବେ। ପ୍ରଥମେ ଭଦ୍ରକ ଜିଲ୍ଲା ଆରଡ଼ିଠାରେ ବାବା ଆଖଣ୍ଡଳମଣିଙ୍କ ଦର୍ଶନ କରିବେ କେନ୍ଦ୍ର ଗୃହ ମନ୍ତ୍ରୀ। ଏହାପରେ ଧାମନଗର ବିଧାନସବା ନିର୍ବାଚନମଣ୍ଡଳୀର ସାଆଁଳପୁର ପଡ଼ିଆରେ ସେ ବିରାଟ ସାଧାରଣ ସଭା କରିବା ସହିତ ସେଠାରେ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ।

Leave A Reply

Your email address will not be published.