ଆଜିଠୁ ଖୋଲିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ

0

ନୂଆଦିଲ୍ଲୀ (ଆମ ଟିଭି): ସାଧାରଣ ଲୋକଙ୍କ ପାଇଁ ଖୁସି ଖବର । ଆଜିଠୁ ସେପ୍ଟେମ୍ବର ୧୭ ତାରିଖ ପର୍ୟ୍ୟନ୍ତ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ।‌ ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନକୁ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇଥର ଖୋଲାଯାଉଛି। ଏଥିପାଇଁ ଅଗଷ୍ଟ ୭ରୁ ଅନଲାଇନ ବୁକିଂ ଆରମ୍ଭ ହୋଇଛି।

ଆଗନ୍ତୁକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ। ତେବେ ଅମୃତ ଉଦ୍ୟାନ ସେପ୍ଟେମ୍ବର ୫ ତାରିଖ ଶିକ୍ଷକ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ଖୋଲା ରହିବ ବୋଲି ଜଣାପଡିଛି ।

Leave A Reply

Your email address will not be published.