ପୁଣି ବାତ୍ୟା ଭୟ

0

ଆରବ ସାଗରରେ ସୃଷ୍ଟି ହେଲା ବାତ୍ୟା ‘ତେଜ’। ଦକ୍ଷିଣ-ପୂର୍ବ ଏବଂ ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ସୃଷ୍ଟି ଲଘୁଚାପ ବାତ୍ୟାର ରୂପ ନେଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ପ୍ରାଥମିକ ସୂଚନା ଅନୁସାରେ, ଆସନ୍ତା 24 ଘଣ୍ଟା ଅର୍ଥାତ୍ ରବିବାର ସନ୍ଧ୍ୟା ବେଳକୁ ବାତ୍ୟା ଅତି ଭୀଷଣ ବାତ୍ୟାର ରୂପ ନେବ। ଏହାର ପ୍ରଭାବରେ ୟେମନ ଏବଂ ଓମନର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.