ଭୁବନେଶ୍ୱର(ଆମ ଟିଭି): ପୁଣି ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ନୀତିକାନ୍ତିରେ ବିଭ୍ରାଟ ଦେଖାଦେଇଛି । ଓପାସରେ ଅଛନ୍ତି ପ୍ରଭୁ ଲିଙ୍ଗରାଜ । ଦୁଇ ସେବାୟତଙ୍କ ମଧ୍ୟରେ ବିବାଦ ମଧ୍ୟରେ ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ ଦେଖାଦେଇଛି । ମଙ୍ଗଳଆଳତି ପରେ ହୋଇନାହିଁ ମହାଦେବଙ୍କ ନୀତି । ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡାଙ୍କ ମଧ୍ୟରେ ବିବାଦ ଯୋଗୁଁ ଉପାସ ରହିଛନ୍ତି ଶ୍ରୀଲିଙ୍ଗରାଜ ମହାପ୍ରଭୁ ।
ତେବେ ବାହ୍ୟ ପ୍ରଭାବରେ ପ୍ରଭାବିତ ହୋଇ ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ କନ୍ଦଳ ଲାଗିରହିଥିବା ଜଣାପଡିଛି ।ଠାକୁରଙ୍କ ସେବା ପାଇଁ ବଡୁ ନିଯୋଗଙ୍କୁ ଯେଉଁ ସମ୍ପତ୍ତି ଦିଆଯାଇଥିଲା ସେଠାରେ ସେମାନେ ନିର୍ମାଣ କାର୍ୟ୍ୟ କରୁଥିବାରୁ ଏହାକୁ ବିରୋଧ କରି ଅନ୍ୟ ସେବାୟତ ଗୋଷ୍ଠୀ ଠାକୁରଙ୍କ ନୀତି ବନ୍ଦ କରିଥିବା ଜାଣିବାକୁ ମିଳିଛି ।