ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

0

ନୂଆଦିଲ୍ଲୀ (ଆମ ଟିଭି): ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିକୋବର, ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଛୁଇଁଲା ମୌସୁମୀ । ସେହିପରି ଜୁନ ୧୫ ବେଳକୁ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବନା ରହିଥିବା ଆକଳନ କରାଯାଇଛି । ରାଜ୍ୟରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି । କାଁଭାଁ କାଳବୈଶାଖୀ ଦେଖିବାକୁ ମିଳୁଛି ।

ସେହିପରି ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପରେ ଏହା ଉତର ପୂର୍ବ ଦିଗରେ ଗତି କରିବ । ୨୪ ତାରିଖ ବେଳକୁ ଏହା ଘନିଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ବାତ୍ୟାରେ ପରିଣତ ହେବ କି ନାର୍ହିଁ ତାହା ସ୍ପଷ୍ଟ ହେବ ।

Leave A Reply

Your email address will not be published.