ବାତିଲ ହେଲା ANM ପରକ୍ଷା, ପ୍ରଶ୍ନ ପତ୍ର ଲିକ୍ ହେବା ପରେ ବାତିଲ୍

0

ଭୁବନେଶ୍ୱର (ଆମ ଟିଭି): ବାତିଲ ହେଲା ANM ପରକ୍ଷା  ।  ମାଲକାନଗିରି ଜିଲ୍ଲାରେ ANM ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା ପରେ ବାତିଲ୍ ହୋଇଛି ଆଜିର ପରୀକ୍ଷା ।  ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଏଏନଏମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଥିଲା ।  ଦିନ ୨ ଟାରେ ପରୀକ୍ଷା ଥିବା ବେଳେ ୧୧ ଟା ବେଳେ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଥିଲା  ।

ଆଜି ଅଗଜିଲାରୀ ନର୍ସ ମିଡ୍ ୱାଇଫେରି ବିଷୟରେ ହୋଇଥାନ୍ତା ପରୀକ୍ଷା ।  ହେଲେ ପରୀକ୍ଷା ହଲରେ ପହଞ୍ଚିବା ପରେ ଉପଜିଲ୍ଲାପାଳ ପରୀକ୍ଷା ବାତିଲ ନେଇ ଘୋଷଣା କରିଥିଲେ ।  ଅନ୍ୟପଟେ ଘଟଣାକୁ ନେଇ ଅସନ୍ତୋଷ ଜାହିର କରିଛନ୍ତି ଛାତ୍ରୀ ।  ଏଭଳି କରିଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି ।

Leave A Reply

Your email address will not be published.