ଭୁବନେଶ୍ବର (ଆମ ଟିଭି): ପଛକୁ ପଛ ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ । ଅକ୍ଟୋବର ୯ରେ ଆଉ ଏକ ଲଘୁଚାପ ସମ୍ଭାବନା । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଏପଟେ ଆଜି ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ସେହିପରି ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।