ରାଉରକେଲାରେ ହଇଜାରେ ଆଉ ଜଣଙ୍କ ମୃତ୍ୟୁ

0

ନୂଆଦିଲ୍ଲୀ: ଚିନ୍ତା ବଢ଼ାଇଲାଣି ହଇଜା ।  ରାଉରକେଲାରେ ହଇଜାରେ ଆଉ ଜଣଙ୍କ ମୃତ୍ୟୁ । ମୃତକ ହେଲେ ପାୱାର ହାଉସ ରୋଡର ପଙ୍କଜ ମଣ୍ଡଳ । ତାଙ୍କୁ ୪୨ ବର୍ଷ । ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏବେ ମୋଟ ମୃତ୍ୟୁ ସଂଖ୍ୟା ୧୨ରେ ପହଂଚିଛି । କିଛି ଦିନ ହେଲା ରାଉରକେଲାରେ ଡରାଉଛି ଡାଇରିଆ । ଶହ ଶହ ଲୋକ ଆକ୍ରାନ୍ତ ହେବା ସହ ସଂକ୍ରମିତଙ୍କ ଜୀବନ ଯିବା ପରେ ସହରବାସୀଙ୍କ ଭିତରେ ଭୟର ବାତାବରଣ ସୃଷ୍ଟି ହୋଇଛି ।

ପ୍ରଶାସନର ବିଭିନ୍ନ ପ୍ରକାର ପଦକ୍ଷେପ ସତ୍ୱେ ବି ଏହା ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିପାରି ନାହିଁ । ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ଭିସି ମାଧ୍ୟମରେ ସମୀକ୍ଷା ବୈଠକ ହୋଇଛି । ଝାଡାବାନ୍ତି ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ ଏଥିରେ କୁହାଯାଇଛି । ଝାଡାବାନ୍ତିର ପ୍ରକୃତ କାରଣ ଖୋଜିବା ପାଇଁ ବିଶେଷଜ୍ଞମାନେ ପରୀକ୍ଷା ନିରୀକ୍ଷା ଜାରି ରଖିଛନ୍ତି ।

Leave A Reply

Your email address will not be published.