ଅର୍ଚ୍ଚନା ନାଗ କେଳେଙ୍କାରି ମାମଲା: ଆଜି ପ୍ରଥମ ଚାର୍ଜସିଟ ଦାଖଲ କରିବ ଇଡି

0

ଭୁବନେଶ୍ଵର (ଆମ ଟିଭି): ଲେଡି ବ୍ଲାକ ମେଲର୍ ଅର୍ଚ୍ଚନା ନାଗ ମାମଲାରେ ଆଜି ଚାର୍ଜ ସିଟ ଦାଖଲ କରିବ ଇଡି। ୧୩ଶହ ପୃଷ୍ଠା ସମ୍ବଳିତ ଏହି ଚାର୍ଜସିଟରେ ଅଭିଯୁକ୍ତ ଭାବେ ଅର୍ଚ୍ଚନା ନାଗ, ଜଗବନ୍ଧୁ ଚାନ୍ଦ ଓ ଖଗେଶ୍ୱର ପାତ୍ରଙ୍କ ନାଁ ରହିଛି । ଚାର୍ଜସିଟରେ ଇଡି ଉଲ୍ଲେଖ କରିଛି ଯେ ଅର୍ଚ୍ଚନା ନାଗ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ।

ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱରଙ୍କ ବିରୋଧରେ ମନି ଲଣ୍ଡରିଂର ବ୍ୟାପକ ପ୍ରମାଣ ମିଳିଛି । ୩ ଜଣଙ୍କ ଆକାଉଣ୍ଟରେ କୋଟି କୋଟି ଟଙ୍କାର କାରବାର ହୋଇଛି । ଅର୍ଚ୍ଚନାଙ୍କ ମାୟାଜାଲରେ ଅନେକ ପ୍ରଭାବଶାଳୀ ବ୍ୟକ୍ତି ପଡ଼ିଛନ୍ତି । ଫିଲ୍ମ ପ୍ରଯୋଜକଙ୍କ ଠାରୁ ଆରମ୍ଭ କରି ହୋଟେଲ ବ୍ୟବସାୟୀ ବିଲଡର, ନେତା ଓ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଅର୍ଚ୍ଚନାଙ୍କ ବ୍ଲାକମେଲର ଶିକାର ହୋଇଛନ୍ତି ।

Leave A Reply

Your email address will not be published.