ସେନା ଗାଡ଼ି ଦୁର୍ଘଟଣା ଗସ୍ତ, ୯ ଯବାନ ମୃତ

0

ଲଦାଖରେ ଭାରତୀୟ ସେନାର ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୯ ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଜଣେ ଜୁନିୟର କମିଶନ୍‌ଡ ଅଫିସର (ଜେସିଓ) ଅଛନ୍ତି।

ଆଜି ଅପରାହ୍ନ ପ୍ରାୟ ୫ଟା ବେଳେ ଲେହ ଠାରୁ ୧୫୦ କିଲୋମିଟର ଦୂର କିୟାରୀ ନିକଟରେ ଏହି ଘଟଣା ଘଟିଛି। ୧୦ ଜଣ ଯବାନଙ୍କୁ ନେଇ ଯାଉଥିବା ସେନାର ‌ଏହି ଟ୍ରକ୍ ରାସ୍ତାରୁ ଖସି ନଦୀରେ ପଡ଼ି ଯାଇଥିଲେ। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି।

ସେନାର ମୋଟ ୫ଟି ଗାଡ଼ି ସାଙ୍ଗ ହୋଇ ଯାଉଥିବା ବେଳେ ସେଥିରୁ ଏହି ଟ୍ରକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେନାର ଏହି ଗାଡ଼ି ଗୁଡ଼ିକ ମୋଟ ୩୪ ଜଣ ଯବାନଙ୍କୁ ନେଇ କାରୁରୁ କିୟାରୀ ଆସୁଥିଲେ। ତେବେ କିୟାରୀ ଠାରୁ ମାତ୍ର ୭ କିଲୋମିଟର ଦୂରରେ ଟ୍ରକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

Leave A Reply

Your email address will not be published.