ସାଧାରଣ ନିର୍ବାଚନ ପାଇଁ ସଜବାଜ: ସମୀକ୍ଷା କରିବେ ନିର୍ବାଚନ ଆୟୋଗ

0

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ସାଧାରଣ ନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ସେଥିପାଇଁ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍ । ଆଜି ଭୁବନେଶ୍ୱର ଖାରବେଳ ଭବନରେ ଜିଲ୍ଲାପାଳଙ୍କ ବୈଠକରେ ଯୋଗଦେବେ ଏହି ଟିମ୍ । ଜିଲ୍ଲାପାଳଙ୍କ ସହ ପ୍ରସ୍ତୁତିର ସମୀକ୍ଷା କରିବେ ନିର୍ବାଚନ ଆୟୋଗଙ୍କ ଟିମ୍ । ବୈଠକରେ ଭୋଟର ତାଲିକା ପ୍ରସ୍ତୁତି ନେଇ ହେବ ଆଲୋଚନା । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ସମ୍ବେଦନଶୀଳ ବୁଥ୍ ଉପରେ ହେବ ଚର୍ଚ୍ଚା ।

କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍ ଓଡ଼ିଶା ଆସିବା ଖବର ଓଡ଼ିଶା ରାଜନୀତିକୁ ପୁଣି ଥରେ ଚଳଚଂଳ କରିଦେଇଛି । ଗୋଟିଏ ପରେ ତିନି ପ୍ରମୁଖ ଦଳର ରାଜନେତା ନିଜ ନିଜ ରଣନୀତି ପ୍ରସ୍ତୁତ କରୁଥିବା ବେଳେ ଅନ୍ୟପଟେ ନିର୍ବାଚନ ଆୟୋଗର ପ୍ରୟାସ ମାହୋଲକୁ ସରଗମର କରିଛି ।

Leave A Reply

Your email address will not be published.