ନୂଆଦିଲ୍ଲୀ: ଡିପ୍ ଫେକର ଶିକାର ହେଳେ ସଚିନ୍ତ ତେନ୍ଦୁଲକର । ଭାଇରାଲ ହେଉଛି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଡିପ ଫେକ୍ ଭିଡିଓ । ସୋସିଆଲ୍ ମିଡିଆରେ ଭାଇରାଲ ହେଉଥିବା ସଚିନଙ୍କ ଏହି ଭିଡିଓକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଖୋଦ୍ କ୍ରିକେଟର ଭଗବାନ । ଏଥିସହିତ ସେ ଏହି ଭିଡିଓକୁ ନିଜ ସୋସିଆଲ୍ ମିଡିଆ ଆକାଉଣ୍ଟରେ ସେୟାର କରି ଏହା ମିଛ ଭିଡିଓ ବୋଲି ସୂଚନା ଦେଇଛନ୍ତି ।
ଗତ କିଛି ମାସ ଧରି ଏଆଇ ସାହାଯ୍ୟରେ ଲୋକପ୍ରିୟ ସେଲିବ୍ରିଟିଙ୍କ ଡିପ୍ ଫେକ୍ ଭିଡିଓ ସାମ୍ନାକୁ ଆସିବାରେ ଲାଗିଛି । ଏହି କ୍ରମରେ ଏବେ ସଚିନ ତେନ୍ଦୁଲକରଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓରେ ସଚିନ ଏକ ଆପର ପ୍ରମୋସନ୍ କରୁଥିବା ଦେଖିବାକୁ ମିଳୁଛି । ଆଉ ଏହି ଏଆଇ ଭିଡିଓରେ ସଚିନଙ୍କ ଭିଡିଓ ଡବିଂ କରି ଏଡିଟ୍ କରାଯାଇଥିବା ଜଣାପଡିଛି ।