ଭୁବନେଶ୍ୱର (ଆମ ଟିଭି): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ । ଏହାକୁ ନଜରରେ ରଖି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ଛୁଟି । ପ୍ରଥମରୁ ଦ୍ୱାଦଶ ପର୍ୟ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବ । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ନେଇଛନ୍ତି । ପୂର୍ବରୁ ସାଧାରଣତଃ ମେ’ ମାସରେ ଖରା ଛୁଟି ହୋଇଥାଏ ।
ହେଲେ ଚଳିତ ବର୍ଷ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀ ପାର କରିଛି । ଗତକାଲି ୩୦ଟି ସ୍ଥାନରେ ପାରଦ ୪୦ ଉପରେ ରହିଥିଲା । ଲଗାତର ତାତି ବଢୁଥିବାରୁ ଆଗୁଆ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା ହୋଇଛି । ଜାରି ରହିଥିବା ଖରାକୁ ନଜରରେ ରଖି ଗତକାଲି ଓ ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଥିଲା ।