ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ୯ରେ SHG ମହିଳାଙ୍କୁ…

0

ଭୁବନେଶ୍ୱର (ଆମ ଟିଭି): ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ୧ ଟଙ୍କା ଯାଇଛି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ ଆସିଛି। ୯ ତାରିଖ ଦିନ ବାକି ୪୯୯୯ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଏଥିସହ ଉପମୁଖ୍ୟମନ୍ତ୍ରୀ ଏସ୍‌ଏଚ୍‌ଜିଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ୯ରେ SHG ମହିଳାଙ୍କ ଋଣ ଛାଡ଼ ହେବ। ୨୦୦ କୋଟିରୁ ଊଦ୍ଧର୍‌ବ ଟଙ୍କା ଛାଡ଼ କରାଯିବ।

ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ଦିଆଯିବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ସୁଦ୍ଧା ୧ କୋଟି ମହିଳାଙ୍କ ଆବେଦନ ପୂରଣ ହୋଇପାରେ। ୩୨ ଲକ୍ଷ ଏମ୍ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଥିବା ପ୍ରଭାତୀ କହିଛନ୍ତି। ସୁଭଦ୍ରାଙ୍କ କ୍ଷେତ୍ର ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦ୍ୱିତୀୟ ପର୍ଯ୍ୟାୟ ଟଙ୍କାକୁ ପ୍ରଦାନ କରିବେ। ଏଥିପାଇଁ ବାରିପଦାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

Leave A Reply

Your email address will not be published.