ଆଜି ସମ୍ବଲପୁରରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର(ଆମ ଟିଭି): ଆଜି ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର କରିବେ । ଦିନ ୧୧ଟା ୧୫ ମିନିଟ ସମୟରେ ଅଇଁଠାପାଲି ପିଏଚଡି ପଡିଆକୁ ଯିବେ ସେଠାରେ ଜନ ସଭାକୁ ସମ୍ବୋଧନ କରିବେ ନବୀନ । ମଧ୍ୟାହ୍ନ ୧୨ଟା ୦୫ ମିନିଟ ସମୟରେ ନାକଟିଦେଉଳ କଲେଜ ପଡିଆରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଚଳିତ ନିର୍ବାଚନରେ ପ୍ରଥମ କରି ମୁଖ୍ୟମନ୍ତ୍ରୀ ସମ୍ବଲପୁର ଗସ୍ତ କରୁଥିବାରୁ ବିଜୁ ଜନତା ଦଳର କର୍ମୀମାନଙ୍କ ମଧ୍ୟରେ ଉତ୍ସାହ ରହିଛି ।

ସମ୍ୱଲପୁର ଏବେ ରାଜ୍ୟ ରାଜନୀତିର ହଟସ୍ପଟ୍ ପାଲଟିଥିବା ବେଳେ ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ କିଭଳି ଟାର୍ଗେଟ କରିବେ ଏନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବିଜୁ ଜନତା ଦଳକୁ ଆଗକୁ ବଢ଼ିବାରେ ଇନ୍ଧନ ଯୋଗାଇବା ବୋଲି କୁହାଯାଉଛି ।

Leave A Reply

Your email address will not be published.