ଭୁବନେଶ୍ୱର (ଆମ ଟିଭି): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପରେ ଏବେ ବିଜେଡି ଜାରି କରିଛି ଷ୍ଟାର ପ୍ରଚାରକ ତାଲିକା । ଦୀପାଳିଙ୍କ ପାଇଁ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗୁରୁବାର ବିଜୁ ଜନତା ଦଳ ଝାରସୁଗୁଡା ଉପ ନିର୍ବାଚନ ପାଇଁ ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ ଓ ମନ୍ତ୍ରୀ, ବିଧାୟକ ରହିଛନ୍ତି ।
ବିଜେଡି ପକ୍ଷରୁ ଘୋଷଣା କରାଯାଇଥିବା ଷ୍ଟାର ପ୍ରଚାରକ ତାଲିକାରେ ନବୀନଙ୍କ ସହିତ ପ୍ରଣବ ପ୍ରକାଶ ଦାଶ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ୟ୍ୟ, ସାରଦା ପ୍ରସାଦ ନାୟକ, ନିରଞ୍ଜନ ପୂଜାରୀ, ଅଶୋକ ପଣ୍ଡା, ପଦ୍ମନାଭ ବେହେରା, ସୁଶାନ୍ତ ସିଂହ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚ୍ଚୀ ନାୟକ, ଅରୁଣ ସାହୁ ଓ ପ୍ରତାପ ଜେନା ରହିଛନ୍ତି । ତାଙ୍କ ସହିତ ସେହ୍ନାଙ୍ଗିନୀ ଛୁରିଆ, ଟୁକୁନି ସାହୁ, ପ୍ରଶାନ୍ତ ମୁଦୁଲି, ପୁଷ୍ପେନ୍ଦ୍ର ସିଂହଦେଓ, ଦିବ୍ୟଶଙ୍କର ମିଶ୍ର, ରୀତା ସାହୁ, ଅଳକା ମହାନ୍ତି, ଚନ୍ଦ୍ରସାରଥୀ ବେହେରା, ବ୍ରଜକିଶୋର ପ୍ରଧାନ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ବିକ୍ରମ କୁମାର ପଣ୍ଡା, ନଳିନୀ କାନ୍ତ ପ୍ରଧାନ, ସରୋଜ ମେହେର ପ୍ରଚାର କରିବେ ।