ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

0

ଆଜି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଭୁବନେଶ୍ୱର ବିମାନ ବନ୍ଦରରରେ ପହଞ୍ଚିବା ପରେ ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ। ପରେ ଜେ.ପି ନଡ୍ଡା ସେଠାରୁ ସିଧାସଳଖ ବିଜେପି କାର୍ଯ୍ୟାଳୟକୁ ଆସିବେ। ବିଜେପି ପାର୍ଟି ଅଫିସରେ ଦିନ ସାଢ଼େ ୧୧ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ।

ଏଥିସହିତ ଜେ.ପି ନଡ୍ଡା ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେଇ ଦଳର ସଦସ୍ୟତା ଅଭିଯାନ ସଂପର୍କରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନରେ ଜେ.ପି ନଡ୍ଡା ସୁଆଣ୍ଡୋ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ପରେ ସେ ଦିଲ୍ଲୀ ଫେରି ଯିବାର ସୂଚନା ରହିଛି।

ସଦସ୍ୟତା ଅଭିଯାନ- ୨୦୨୪କୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଓ ଗତିଶୀଳ କରିବା ନଡ୍ଡାଙ୍କ ଗସ୍ତ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ବୋଲି ରାଜ୍ୟ ବିଜେପି ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.