ମଦ ଦୁର୍ନୀତି ଓ କଳା ଟଙ୍କା ବିରୋଧରେ ଆଜି ଆନ୍ଦୋଳନ କରିବ ବିଜେପି

0

ଭୁବନେଶ୍ୱର (ଆମ ଟିଭି): ମଦ ଦୁର୍ନୀତି ଓ କଳା ଟଙ୍କା ବିରୋଧରେ ଆଜି ଆନ୍ଦୋଳନ କରିବ ବିଜେପି । ରାଜ୍ୟର ସବୁ ସବଡିଭିଜନ ସମ୍ମୁଖରେ କରିବ ପ୍ରତିବାଦ । ଆୟକର ବିଭାଗ ଏତେ ଟଙ୍କା ଜବତ କରିବା ପରେ ବିଜେଡିକୁ ଘେରିଛି ରାଜ୍ୟ ବିଜେପି । ରାଜ୍ୟରେ ମଦ ଦୁନୀତିର ଅଭିଯୋଗ ଆଣି ଆଜି ବିକ୍ଷୋଭ କରିବାକୁ ନିଷ୍ପତ୍ତିି ନେଇଛି ବିଜେପି ।

ରାଜ୍ୟର ସମସ୍ତ ସବଡିଭିଜନ ସମ୍ମୁଖରେ ବିଜେପି ପକ୍ଷରୁ ମଦ ଦୁର୍ନୀତି ଓ କଳା ଟଙ୍କା ବିରୋଧରେ ବିକ୍ଷୋଭ କରାଯିବ । ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।

ରାଜ୍ୟ ସରକାରଙ୍କ ଅନୁକମ୍ପାରେ ‘ସାହୁ ବ୍ରଦର୍ସ ଆଣ୍ଡ କୋ’ ୫୦୦ କୋଟିର କଳା ଟଙ୍କା ଠୁଳ କରିଛି । ସରକାର ମଦ ମାଫିଆଙ୍କୁ ଅଯାଚିତ ଲାଭ ଦେଉଛନ୍ତି ଏବଂ ସେହି କଳା ଟଙ୍କାରେ ବିଜେଡି ନିର୍ବାଚନ ଲଢୁଛି ବୋଲି କହିଛି ବିଜେପି ।

Leave A Reply

Your email address will not be published.