ରାଜ୍ୟର ଦୁଇଟି ଜିଲ୍ଲା କୋର୍ଟକୁ ମିଳିଲା ବୋମା ଧମକ । ଜଗତସିଂହପୁର ଓ ଝାରସୁଗୁଡ଼ା କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଅଜଣା ବ୍ୟକ୍ତିଙ୍କ ପକ୍ଷରୁ ଇ-ମେଲ୍ ଯୋଗେ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଛି ।
ଧମକପୂର୍ଣ୍ଣ ଇ-ମେଲ୍ ମିଳିବା ପରେ କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଘଟଣାର ସୂଚନା ମିଳିବା ପରେ ପୁଲିସ, ବୋମା ନିଷ୍କ୍ରିୟକରଣ ଦଳ ଓ ସ୍ୱତନ୍ତ୍ର ସ୍କ୍ୱାଡ୍ କୋର୍ଟ ପରିସରରେ ପହଞ୍ଚି ତନାଘନା ଛାନଭିନ୍ ଆରମ୍ଭ କରିଛନ୍ତି