ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ବିଜେଡିରୁ ପ୍ରାର୍ଥୀ ଦୀପଳି

0

ଝାଡସୁଗୁଡା : ଝାଡସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ସ୍ୱର୍ଗତଃ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି । ଆସନ୍ତା ମଇ ୧୦ରେ ଏନେଇ ଉପନିର୍ବାଚନ ହେବ । ଏନେଇ ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସୂଚନା ଦେଇଥିଲେ । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏପ୍ରିଲ ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ ।

ସେହିପରି ଏପ୍ରିଲ ୨୦ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ କରାଯିବ । ୨୧ ତାରିଖରେ ପ୍ରାର୍ଥିପତ୍ର ଯାଂଚ କରାଯିବାକୁ ଥିବାବେଳେ ୨୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରିହେବ । ମେ ୧୦ରେ ଭୋଟ ଗ୍ରହଣ ହେବାକୁ ଥିବାବେଳେ ମେ ୧୩ରେ ଭୋଟ ଗଣତି କରାଯିବା ନେଇ ଦିନ ଧାର୍ଯ୍ୟ କରାଯାଇଛି । ତେବେ ଏହାରି ଭିତରେ ରାଜ୍ୟର ତିନି ପ୍ରମୁଖ ଦଳ ଝାରସୁଗୁଡା ଉପ ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଆରମ୍ଭ କରି ଦେଇଛନ୍ତି ।

Leave A Reply

Your email address will not be published.